Odisha Link
Bridging the Missing Links in Odisha

ପରଲୋକରେ ରାମୋଜୀ ରାଓ

ଓଏଲ୍‌ ବ୍ୟୁରୋ: ଆଉ ନାହାନ୍ତି ଫିଲ୍ମ ସିଟିର ବାଦଶାହା ତଥା ଦେଶର ସବୁଠୁ ବଡ ଫିଲ୍ମ ସିଟିର ମାଲିକ ରାମୋଜୀ ରାଓ। ୮୭ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି। ରାମୋଜି ଗ୍ରୁପ୍‌ ଅଫ୍‌ କମ୍ପାନି ସହ ଦୀର୍ଘଦିନ ଧରି ଜଡ଼ିତ ଥିବା ରାମୋଜୀ ରାଓଙ୍କର ଶନିବାର ଭୋର ସମୟରେ ଦେହାନ୍ତ ହୋଇଛି।

ଦୀର୍ଘ ଦିନ ଅସୁସ୍ଥତା କାରଣରୁ ହାଇଦ୍ରାବାଦର ଏଆଇଜି ହସ୍ପିଟାଲରେ ଚିକିତ୍ସାଧିନ ଥିଲେ। ରାମୋଜି ଫିଲ୍ମ ସିଟିର ପରିଚାଳନା ନିର୍ଦ୍ଦେଶକ ଭାବେ କାର୍ୟ୍ୟ କରିଆସୁଥିବା ରାଓଙ୍କ ଅନ୍ତିମ ସଂସ୍କାର ରବିବାର ପୂର୍ବାହ୍ନ ୧୦ଟାରେ ଜୁବିଲି ହିଲ୍ସସ୍ଥିତ ମହାପ୍ରସ୍ଥାନମ୍ ଠାରେ ସମ୍ପନ୍ନ ହେବାର ସୂଚନା ରହିଛି। ତେଲୁଗୁ ଦେଶମ ପାର୍ଟି ନେତା ଚନ୍ଦ୍ରବାବୁ ନାଇଡୁ ଏବଂ ଅନ୍ୟମାନେ ତାଙ୍କ ବାସଭବନରେ ପହଞ୍ଚି ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।