ମୋଦିଙ୍କ ନୂଆ ଟିମରେ ୩ ଓଡ଼ିଆ, ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ
ଓଏଲ୍ ବ୍ୟୁରୋ: “ମୁଁ ଶ୍ରୀ ନରେନ୍ଦ୍ର ଦାମୋଦର ଦାସ ମୋଦି, ଈଶ୍ୱରଙ୍କ ନାଁରେ ଶପଥ କରୁଛି…। ୨୦୧୪ ମେ’ ୨୬, ୨୦୧୯ ମେ’ ୩ ପରେ, ୨୦୨୪ ଜୁନ୍ ୯ ତାରିଖରେ ରାଷ୍ଟ୍ରପତି ଭବନ ପ୍ରାଙ୍ଗଣରେ ଏଭଳି ଢଙ୍ଗରେ ଲଗାତାର ୩ୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନରେନ୍ଦ୍ର ମୋଦି। ପ୍ରାୟ ୬ ଦଶନ୍ଧି ପରେ, ଲଗାତର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଶପଥ ନେଇଛନ୍ତି। ମୋଦି ସରକାରରେ ତିନି ଜଣ କ୍ୟାବିନେଟ ମନ୍ତ୍ରୀ ଭାବେ ଓଡିଶାରୁ ଶପଥ ଗ୍ରହଣ କରିଛନ୍ତି। ପ୍ରଥମେ ଧର୍ମେନ୍ଦ୍ର ପ୍ରଧାନ, ପରେ ଜୁଏଲ ଓରାମ ଏବଂ ଶେଷରେ ଅଶ୍ୱିନୀ ବୈଷ୍ନବ ଶପଥ ଗ୍ରହଣ କରିଛନ୍ତି।
ଧର୍ମେନ୍ଦ୍ର ପ୍ରଧାନ ଏଥର ଲୋକସଭାରୁ ନିର୍ବାଚିତ ହୋଇ ମୋଦୀ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଛନ୍ତି। ସେହିପରି ଜୁଏଲ ଓରାମ ସୁନ୍ଦରଗଡ ଲୋକସଭା ଆସନରୁ ନିର୍ବାଚିତ ହୋଇଥିବା ବେଳେ ଅଶ୍ୱିନୀ ବୈଷ୍ଣବ ରାଜ୍ୟସଭାକୁ ନିର୍ବାଚିତ ହୋଇ ମନ୍ତ୍ରିମଣ୍ଡଳରେ ସାମିଲ ହୋଇଛନ୍ତି। ଏହା ପରେ ଟ୍ୱିଟ କରି ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ ଏବଂ ଅଶ୍ୱିନୀ ବୈଷ୍ନବଙ୍କୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି।