Odisha Link
Bridging the Missing Links in Odisha

ମୋଦିଙ୍କ ତୃତୀୟ ପାଳିର ପ୍ରଥମ ଦସ୍ତଖତ, ପିଏମ୍ କିଷାନ ନିଧିର ଅର୍ଥ ପ୍ରଦାନ ପାଇଁ ନିର୍ଦ୍ଦେଶ

ଓଏଲ୍‌ ବ୍ୟୁରୋ: ଆରମ୍ଭ ହୋଇଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ ପାଳି। ଲଗାତାର ୩ୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନରେନ୍ଦ୍ର ମୋଦି। ପ୍ରାୟ ୬ ଦଶନ୍ଧି ପରେ, ଲଗାତର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଶପଥ ନେଇଛନ୍ତି। ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବା ପରେ ମୋଦିଙ୍କ ପ୍ରଥମ ଦସ୍ତଖତ। ପିଏମ୍ କିଷାନ ନିଧିର ୧୭ତମ କିସ୍ତି ପ୍ରଦାନ ପାଇଁ ନିର୍ଦ୍ଦେଶନାମା ଜାରି। ୯.୩ କୋଟି ଚାଷୀଙ୍କୁ ମିଳିବ ପ୍ରାୟ ୨୦ ହଜାର କୋଟି।