Odisha Link
Bridging the Missing Links in Odisha

ଭୁବନେଶ୍ବରରେ ରାଜନାଥ ସିଂ, ଆଉ କିଛି ସମୟ ପରେ ଘୋଷଣା କରି ପାରନ୍ତି ମୁଖ୍ୟମନ୍ତ୍ରୀଙ୍କ ନାଁ

ଓଏଲ୍‌ ବ୍ୟୁରୋ: ଭୁବନେଶ୍ବରରେ ପହଁଞ୍ଚିଲେ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ତଥା କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ। ବିଜେପି ବିଧାୟକ ଏବଂ ନେତାଙ୍କ ସହ ଆଲୋଚନା କରିବେ ବୋଲି ଜଣାପଡ଼ିଛି। ଆଲୋଚନା ପରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରାଯିବ।

ଆଜି ଅପରାହ୍ନରେ ବିଜେପି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ରାଜନାଥ ସିଂ ଓ ଭୂପେନ୍ଦ୍ର ଯାଦବ ଯୋଗ ଦେବେ। ଏହାପରେ ମୁଖ୍ୟମନ୍ତ୍ରୀଭ୍କ ନାମ ଘୋଷଣା କରାଯିବ।