ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ, ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ଦେଲେ ଶ୍ରଦ୍ଧାଞ୍ଜଳି
ଓଏଲ୍ ବ୍ୟୁରୋ: ସକାଳୁ ସକାଳୁ ଜଗା ଦର୍ଶନ କରିଛନ୍ତି ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ତାଙ୍କ ସହିତ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ ଓ ପ୍ରଭାତୀ ପରିଡ଼ା ଓ ମନ୍ତ୍ରୀ ପରିଷଦର ସଦସ୍ୟ ମାନେ ମଧ୍ୟ ଜଗା ଦର୍ଶନ କରିଥିଲେ। ପରେ ପୁରୀରୁ ଫେରି ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଗ୍ରାମ ସୁଆଣ୍ଡୋ ଗସ୍ତ କରିଥିଲେ ମୁଖ୍ୟମନ୍ତ୍ରୀ।
ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ, ଉତ୍କଳମଣୀ ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀମଣ୍ଡଳର ସଦସ୍ୟ ଓ ସାଂସଦମାନେ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀମୋହନ ଚରଣ ମାଝୀ ସୁଆଣ୍ଡୋ ଗ୍ରାମ ବୁଲି ଲୋକଙ୍କ ସହିତ ମିଶିଥିଲେ। ଗ୍ରାମବାସୀଙ୍କ ସହିତ କଥୋପକଥନ ସମୟରେ ସେ କହିଥିଲେ ଯେ ଆମ ସଂକଳ୍ପ ପତ୍ରରେ ଦିଆଯାଇଥିବା ପ୍ରତିଶୃତିଗୁଡିକ ହେଉଛି ପ୍ରଧାନମନ୍ତ୍ରୀ ମୋଦିଙ୍କ ଗ୍ୟାରେଣ୍ଟି। ଏସବୁ ଖୁବଶୀଘ୍ର ପୂରଣ ହେବ। ସେ ଆହୁରି ମଧ୍ୟ କହିଥିଲେ ଯେ ରାଜ୍ୟ ସରକାର ୧୦୦ ଦିନ ଭିତରେ ‘ସମୃଦ୍ଧ କୃଷକ ନୀତି’ ଆଣୁଛନ୍ତି। ଏ ନୀତି ଆସିଲେ କୃଷକ ଭାଇଭଉଣୀମାନଙ୍କର ଅନେକ ସମସ୍ୟାର ସମାଧାନ ହୋଇପାରିବ।