Odisha Link
Bridging the Missing Links in Odisha

କାଲିଠୁ ଖୋଲିବ କି ସ୍କୁଲ ? ଗଣଶିକ୍ଷା ବିଭାଗ ବୈଠକରେ ନିଆଗଲା ବଡ଼ ନିଷ୍ପତ୍ତି

ଓଏଲ୍‌ ବ୍ୟୁରୋ: ଆଜି ଶେଷ ହେଉଛି ଖରା ଛୁଟି। ଆସନ୍ତାକାଲିଠୁ ରାଜ୍ୟରେ ଖୋଲିବ ସମସ୍ତ ସ୍କୁଲ। ତେବେ ଆସନ୍ତାକାଲିଠୁ ରାଜ୍ୟରେ ସକାଳୁଆ ସ୍କୁଲ ହୋଇପାରେ। ଅସହ୍ୟ ଖରା ଓ ଗୁଳୁଗୁଳି ପାଇଁ ସକାଳୁଆ ସ୍କୁଲ ହେବା ନେଇ ଗଣଶିକ୍ଷା ବିଭାଗର ବୈଠକରେ ନିଷ୍ପତ୍ତି ନିଆଯାଇଥିବା ସୂଚନା ରହିଛି। ହେଲେ ଏପର୍ଯ୍ୟନ୍ତ ବିଜ୍ଞପ୍ତି ପ୍ରକାଶ ପାଇନି। କାରଣ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନକୁ ଅପେକ୍ଷା ରହିଛି।

ଗଣଶିକ୍ଷା ବିଭାଗର ବୈଠକ ପରେ ଗ୍ରୀଷ୍ମ ଛୁଟି ବଢ଼ାଇବା ଦାବି ଉପରେ ପ୍ରତିକ୍ରିୟା ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ସେ କହିଛନ୍ତି, ଖରା ଓ ଗୁଳଗୁଳିକୁ ଦେଖି ଜିଲ୍ଲାପାଳ ନିଷ୍ପତ୍ତି ନେବେ। ଏନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ଚାଲିଛି, ଖୁବ୍‌ଶୀଘ୍ର ନିଷ୍ପତ୍ତି ନିଆଯିବ। ସେହିପରି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା କହିଛନ୍ତି, ପାଣିପାଗ ବିଭାଗ ରିପୋର୍ଟ ଆଧାରରେ ନିଷ୍ପତ୍ତି ନିଆଯିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେବ।

ଅନ୍ୟପଟେ ଆସନ୍ତାକାଲି ସ୍କୁଲ୍ ନଖୋଲି ଆଉ ତିନି-ଚାରି ଦିନ ଘୁଞ୍ଚାଇ ଦେବା ପାଇଁ ଦାବି କରିଛି ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ ବା ଓଷ୍ଟା। ସାରା ରାଜ୍ୟରେ ଏବେ ବି ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାରୁ ସ୍କୁଲ ଖୋଲିବାର ତାରିଖ ଘୁଞ୍ଚାଇବାକୁ ଦାବି କରିଛି ଓଷ୍ଟା।