Odisha Link
Bridging the Missing Links in Odisha

ପିଲାଙ୍କ ପାଠପଢ଼ାକୁ ନେଇ ଚିନ୍ତାରେ ଅଭିଭାବକ, ସ୍କୁଲ ଖୋଲିବା ନେଇ ପ୍ରତିକ୍ରିୟା ରଖିଲେ ମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ଶେଷ ହୋଇଛି ଖରା ଛୁଟି। ଆଉ ପୂର୍ବ ନିର୍ଦ୍ଧାରିତ ସମୟ ଅନୁସାରେ, ସ୍କୁଲ ଖୋଲିବାକୁ ସ୍ଥିର ହୋଇଥିଲା। କିନ୍ତୁ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଥିବାରୁ ସ୍କୁଲ ଖୋଲିବ କି ନାହିଁ, ତାକୁ ନେଇ ଦ୍ୱନ୍ଦ୍ୱ ଦେଖାଦେଇଥିବାବେଳେ ଏନେଇ ଶିକ୍ଷାମନ୍ତ୍ରୀ ପ୍ରତିକ୍ରିୟା ରଖିଛନ୍ତି। ଏବେ ସ୍କୁଲ ଖୋଲିବାକୁ ନେଇ ନିର୍ଦ୍ଦେଶାନାମା ଜାରି କରିଛନ୍ତି ରାଜ୍ୟ ସରକାର। କିନ୍ତୁ ପାଣିପାଗ ସ୍ଥିତିକୁ ନେଇ ସରକାର, ବେସରକାରୀ ଓ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡ଼ିକର ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛୁଟି ଘୋଷଣା କରିପାରିବେ ଜିଲ୍ଲାପାଳ। ତେବେ ସାଧାରଣ ଭାବେ କେବେ ବିଦ୍ୟାଳୟ ଖୋଲିବ ସେନେଇ ସ୍ତିତି ଦେଖି ନିଷ୍ପତି ନିଆଯିବ ବୋଲି ଶିକ୍ଷାମନ୍ତ୍ରୀ ପ୍ରତିକ୍ରିୟା ରଖିଛନ୍ତି।