Odisha Link
Bridging the Missing Links in Odisha

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି, ୫ ଦିନ ଯାଏ ରାଜ୍ୟରେ ବର୍ଷା

ଓଏଲ୍‌ ବ୍ୟୁରୋ: ତାତି ଓ ଅସହ୍ୟ ଗୁଳୁଗୁଳିରୁ ମିଳିବ ଆଶ୍ବସ୍ତି। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୃର୍ଣ୍ଣିବଳୟ। ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା। ୨୯ ତାରିଖ ଯାଏ ରାଜ୍ୟରେ ବର୍ଷା ଆର୍ଲଟ ଜାରି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ବର ପକ୍ଷରୁ ସୂଚନା ଦିଆଯାଇଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇ କୁହାଯାଇଛି, ରାଜ୍ୟର ଅଧିକାଂଶ ସ୍ଥାନରେ ଆଗାମୀ ୫ ଦିନ ଯାଏଁ ଲାଗି ରହିବ ବର୍ଷା। ୨୭ରେ ମଧ୍ୟ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୯ ତାରିଖ ଯାଏଁ ବର୍ଷା ନେଇ କେତେକ ସ୍ଥାନକୁ ସତର୍କ ସୂଚନା ଜାରି କରାଯାଇଛି। ବୁଧବାର ଠାରୁ ଅନେକ ସ୍ଥାନରେ ବର୍ଷାର ପରିମାଣ ବଢିବ। ରାୟଗଡା ଓ ସୁନ୍ଦରଗଡ ଜିଲାରେ ପ୍ରବଳ ବର୍ଷା ହେବ। କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ଗଞ୍ଜାମ, ଗଜପତି, କନ୍ଧମାଳରେ ପ୍ରବଳ ବର୍ଷା ହେବ।