ରାଜ୍ୟରେ ଲଘୁଚାପ ସକ୍ରିୟ, ଆଗାମୀ ୫ ଦିନ ଲଗାଣ ବର୍ଷା ସମ୍ଭାବନା

ଓଏଲ୍ ବ୍ୟୁରୋ: ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତରପଶ୍ଚିମ ତତ୍ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ। ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରିବ ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୧୯ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଏହା ସହ ୧୯ରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଆଶଙ୍କା ରହିଛି। ଯାହା ଦ୍ୱାରା ଆସନ୍ତା ୨୧ ଯାଏ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୫ରେ ଆଉ ଏକ ଲଘୁଚାପ ସହ ଉତ୍ତରରେ ପ୍ରବଳ ବର୍ଷିବା ସହ ଆସନ୍ତା ୫ରୁ ୭ ଦିନ ଯାଏ ଲାଗି ରହିବ। ଏହା ଦ୍ୱାରା ରାଜ୍ୟରେ ନିଅଣ୍ଟିଆ ବର୍ଷା ଭରଣା ହେବ।