Odisha Link
Bridging the Missing Links in Odisha

ଜୁଲାଇ ୨୦ରେ ଆସିବ ଯୁକ୍ତ ଦୁଇ ମେଧା ତାଲିକା, ୨୨ରୁ ନାମଲେଖା

ଓଏଲ୍‌ ବ୍ୟୁରୋ: ୨୦୨୪- ୨୫ ଶିକ୍ଷାବର୍ଷ ପାଇଁ ଯୁକ୍ତ ଦୁଇ ପ୍ରଥମ ବର୍ଷ ନାମଲେଖା ନିମନ୍ତେ ଆବେଦନ ପ୍ରକିୟା ଶେଷ ହୋଇଛି। ଆସନ୍ତା ୨୦ରେ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ। ଅଗଷ୍ଟ ପହିଲାରୁ ପାଠପଢା ଆରମ୍ଭ ହେବ। ଆସନ୍ତା ୨୦ ତାରିଖ ପୂର୍ବାହ୍ନ ୧୧ ଟା ୪୫ରେ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ। ଏଥିରେ ମନୋନୀତ ଛାତ୍ରଛାତ୍ରୀମାନେ ୨୨ ତାରିଖରୁ ୨୭ ତାରିଖ ସନ୍ଧ୍ୟା ୬ଟା ମଧ୍ୟରେ ନାମ ଲେଖାଇବେ। ଅଗଷ୍ଟ ୫ ତାରିଖ ଅପରାହ୍ନ ୩ଟା ସମୟରେ ଦ୍ୱିତୀୟ ମେଧା ତାଲିକା ପ୍ରକାଶ ପାଇବାକୁ ଥିବା ବେଳେ ଏଥିରେ ଚୟନ ହୋଇଥିବା ଛାତ୍ରଛାତ୍ରୀମାନେ ୭ ତାରିଖରୁ ୧୦ ତାରିଖ ମଧ୍ୟରେ ନାମଲେଖାଇବାକୁ ପଡ଼ିବ। ୨୦ ତାରିଖରେ ସ୍ପଟ ନାମଲେଖା ପାଇଁ ତାଲିକା ପ୍ରକାଶ ପାଇବ।

ତେବେ ଅଗଷ୍ଟ ୧ ତାରିଖରୁ ଯୁକ୍ତ ଦୁଇ ପ୍ରଥମବର୍ଷ ପାଠପଢ଼ା ଆରମ୍ଭ କରିବାକୁ ପୂର୍ବରୁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଥିଲା। ରାଜ୍ୟରେ ମୋଟ ୨ ହଜାର ୩୪୩ଟି ଉଚ୍ଚ ମାଧ୍ୟମିକ ସ୍କୁଲରେ ୫ ଲକ୍ଷ ୪୮ ହଜାର ୨୪୯ଟି ସିଟ୍ ରହିଛି। ସେଥିମଧ୍ୟରୁ କଳାରେ ୩ ଲକ୍ଷ୍ୟ ୧୦ ହଜାର ୧୩୬ଟି ସିଟ୍ ରହିଥିବା ବେଳେ ବିଜ୍ଞାନରେ ୧ ଲକ୍ଷ ୭୩ ହଜାର ୫୪୯, ବାଣିଜ୍ୟରେ ୪୧ ହଜାର ୦୮୦, ସଂସ୍କୃତରେ ୧୩ ହଜାର ୮୮, ଧନ୍ଦାମୂଳକ ଶିକ୍ଷାରେ ୧୦ ହଜାର ୩୯୬ଟି ସିଟ୍ ରହିଛି। ତେବେ ଚଳିତବର୍ଷ ଯୁକ୍ତ ଦୁଇ ପ୍ରଥମ ବର୍ଷରେ ନାମଲେଖା ପାଇଁ ୪ ଲକ୍ଷ ୭୫ ହଜାରରୁ ଉର୍ଦ୍ଧ୍ବ ଛାତ୍ରୀଛାତ୍ର ଆବେଦନ କରିଛନ୍ତି।