Odisha Link
Bridging the Missing Links in Odisha

ପୁରୀରେ ବିଜେପିର ରାଜ୍ୟ ପଦାଧିକାରୀ ବୈଠକ, ରାଜ୍ୟ ବିଜେପିର ସମସ୍ତ ପଦାଧିକାରୀ ସାମିଲ

ଓଏଲ୍‌ ବ୍ୟୁରୋ: ପୁରୀରେ ବିଜେପି ରାଜ୍ୟ ପଦାଧିକାରୀ ବୈଠକ ଆରମ୍ଭ ହୋଇଛି। ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ପୂର୍ବରୁ ପଦାଧିକାରୀ ବୈଠକ କରାଯାଇଛି। ବୈଠକରେ ରାଜ୍ୟ ବିଜେପିର ସମସ୍ତ ପଦାଧିକାରୀ ସାମିଲ ହୋଇଛି। ରାଜ୍ୟ ସଂଗଠନ ସା. ସମ୍ପାଦକ, କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ ଉପସ୍ଥିତ ରହିଛନ୍ତି।

ସୂଚନା ଅନୁସାରେ, ଆଜିଠୁ ବିଜେପିର ଦୁଇ ଦିନିଆ ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ। ପୁରୀରେ ଆୟୋଜିତ କାର୍ଯ୍ୟକାରିଣୀକୁ ଉଦଘାଟନ କରିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ। ସାଂପ୍ରତିକ ରାଜନୈତିକ ପରିସ୍ଥିତି, କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସଂପର୍କରେ ବିସ୍ତୃତ ଆଲୋଚନା କରାଯାଇ ବୈଠକରେ ଆଗାମୀ ରଣନୀତି ପ୍ରସ୍ତୁତ କରାଯିବ।