Odisha Link
Bridging the Missing Links in Odisha

ଆଜିଠୁ ବିଜେପିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ, ଯୋଗ ଦେବେ ଜେପି ନଡ୍ଡା

ଓଏଲ୍‌ ବ୍ୟୁରୋ: ଆଜିଠୁ ବିଜେପିର ଦୁଇ ଦିନିଆ ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ। ପୁରୀରେ ଆୟୋଜିତ କାର୍ଯ୍ୟକାରିଣୀକୁ ଉଦଘାଟନ କରିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ। କେନ୍ଦ୍ରରେ ତୃତୀୟ ଥର ମୋଦି ସରକାର ଓ ରାଜ୍ୟରେ ପ୍ରଥମ ଥର ବିଜେପି ସରକାର ଗଠନ ପରେ ବସୁଛି କାର୍ଯ୍ୟକାରିଣ। ସାଂପ୍ରତିକ ରାଜନୈତିକ ପରିସ୍ଥିତି, କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସଂପର୍କରେ ବିସ୍ତୃତ ଆଲୋଚନା କରାଯାଇ ବୈଠକରେ ଆଗାମୀ ରଣନୀତି ପ୍ରସ୍ତୁତ କରାଯିବ।