Odisha Link
Bridging the Missing Links in Odisha

ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଓଏଲ୍‌ ବ୍ୟୁରୋ: ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତରପଶ୍ଚିମ ତତ୍‌ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ। ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରିବ ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୧୨ ଘଣ୍ଟାରେ ଅବପାତର ରୂପ ନେବା ସମ୍ଭାବନା ରହିଛି। ଏହା ଘନୀଭୂତ ହୋଇ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ।

ପବନର ବେଗ ୪୦ରୁ ୫୦ କିମି ସର୍ବାଧିକ ୬୦ କିମି ରହିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା କାରଣରୁ ଦୁଇ ଦିନ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବା ମନା ହୋଇଛି। ରାଜ୍ୟରେ ୮ ଜିଲ୍ଲାକୁ ୩ ଘଣ୍ଟା ପାଇଁ ସତର୍କ ସୂଚନା ଜାରି ହୋଇଛି। ଦକ୍ଷିଣ ଓଡ଼ିଶାର ୮ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, ନୟାଗଡ଼, ନବରଙ୍ଗପୁର, କଳାହାଣ୍ଡି ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

https://x.com/mcbbsr/status/1813888856674173385