ଆଜି ଉପବାଚସ୍ପତି ନିର୍ବାଚନ ପାଇଁ ନାମାଙ୍କନ ଦାଖଲ, କାଲି ଭୋଟ୍ ଗ୍ରହଣ

ଓଏଲ୍ ବ୍ୟୁରୋ: ଜୁଲାଇ ୨୨ରୁ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହେଉଛି। ଦୁଇଟି ପର୍ଯ୍ୟାୟରେ ସେପ୍ଟେମ୍ବର ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ ବିଧାନସଭା। ବିଜେପି ରାଜ୍ୟରେ କ୍ଷମତାକୁ ଆସିବା ପରେ ଏହା ପ୍ରଥମ ଅଧିବେଶନ। ଏହି ଅଧିବେଶନରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଆଗତ କରିବେ ମୋହନ ସରକାର।
ଆଜି ଉପବାଚସ୍ପତି ନିର୍ବାଚନ ପାଇଁ ଘୋଷଣା ହେବ ଓ ୨୪ ତାରିଖରେ ଭୋଟ ଗ୍ରହଣ କରାଯିବ। ୨୫ ତାରିଖରେ ଅର୍ଥମନ୍ତ୍ରୀ ଭାବେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୧୭ ତମ ବିଧାନସଭାର ପ୍ରଥମ ଅଧିବେଶନ ଦୁଇଟି ପର୍ୟ୍ୟାୟରେ ସେପ୍ଟେମ୍ବର ୧୩ ଯାଏଁ ଚାଲିବ। ତେଣୁ ବିଭିନ୍ନ ପ୍ରସଙ୍ଗକୁ ନେଇ ଗୃହ ସରଗରମ ରହିବା ଆଶା କରାଯାଉଛି।