Odisha Link
Bridging the Missing Links in Odisha

ପୁରୀ: ଆସନ୍ତାକାଲି ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ଓଏଲ୍ ବ୍ୟୁରୋ: ରଥଯାତ୍ରା ପରେ ଆସନ୍ତାକାଲି ୨୪ ତାରିଖ ବୁଧବାର ଶ୍ରାବଣ ମାସ କୃଷ୍ଣ ପକ୍ଷ ତୃତୀୟା ତିଥିରେ ଶ୍ରୀ ବିଗ୍ରହମାନଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବାକୁ ଯାଉଛି। ଦତ୍ତ ମହାପାତ୍ର ସେବକ ମାନଙ୍କ ଦ୍ୱାରା ଏହି ଗୁପ୍ତ ନୀତି ସମ୍ପାଦନ କରାଯିବ। ପ୍ରାକୃତିକ ରଙ୍ଗରେ ଶ୍ରୀଜୀଉ ମାନଙ୍କର ଶ୍ରୀମୁଖ ଶୃଙ୍ଗାର କରାଯିବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ସନ୍ଧ୍ୟା ୬ ଘଟିକାରୁ ରାତ୍ର ୧୦ ଘଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।