Odisha Link
Bridging the Missing Links in Odisha

ରାଜ୍ୟର ୧୩ ଜିଲ୍ଲାରେ ବନ୍ୟା ଭୟ, ସତର୍କଘଣ୍ଟି ବଜାଇଲେ ଏସ୍ଆରସି

ଓଏଲ୍‌ ବ୍ୟୁରୋ: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ୨ଦିନ ମଧ୍ୟରେ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଗତି କରିବ। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

ବର୍ଷା ପ୍ରଭାବରେ ବିଭିନ୍ନ ଜିଲ୍ଲା କ୍ଷତିଗ୍ରସ୍ତ ହେବାର ଆଶଙ୍କା ଥିବାରୁ ୧୩ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି ହୋଇଛି। ଏସ୍ଆରସିଙ୍କ ପକ୍ଷରୁ ମୟୁରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ସୁନ୍ଦରଗଡ଼, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଯାଜପୁର, ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ, ଅନୁଗୁଳ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।