Odisha Link
Bridging the Missing Links in Odisha

ଅଗଷ୍ଟ ପହିଲାରୁ ଖୋଲିବ ଭିତରକନିକା, ୩ ମାସ ପରେ ପ୍ରବେଶ କରିବେ ପର୍ଯ୍ୟଟକ

ଓଏଲ୍ ବ୍ୟୁରୋ: ଅଗଷ୍ଟ ୧ ତାରିଖରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ। ଦୀର୍ଘ ୩ ମାସ ବନ୍ଦ ରହିବା ପରେ ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ। କୁମ୍ଭୀରମାନଙ୍କ ପ୍ରଜନନ ଋତୁ ପାଇଁ ପର୍ଯ୍ୟଟକମାନଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ରହିଥିଲା। ଏପ୍ରିଲ ୩୦ ତାରିଖରୁ ଜୁଲାଇ ୩୧ତାରିଖ ପର୍ଯ୍ୟନ୍ତ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ରହିଥିଲା।