Odisha Link
Bridging the Missing Links in Odisha

ଆଜି ପ୍ରକାଶ ପାଇବ +୨ ଦ୍ୱିତୀୟ ପର୍ଯ୍ୟାୟ ମେଧାତାଲିକା, ୭ରୁ ନାମଲେଖା ଆରମ୍ଭ

ଓଏଲ୍ ବ୍ୟୁରୋ: ଆଜି ପ୍ରକାଶ ପାଇବ ଯୁକ୍ତ ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ଏବଂ ଏକକ ପିଜି ପ୍ରବେଶିକା ପରୀକ୍ଷା (ସିପିଇଟି) ଦେଇଥିବା ପରୀକ୍ଷାର୍ଥୀଙ୍କ ବିଷୟୱାରୀ ଓ ରାଜ୍ୟବ୍ୟାପୀ ଯୋଗ୍ୟତା ତାଲିକା। ଯୁକ୍ତ ୨ ମେଧା ତାଲିକା ଅପରାହ୍ଣ ୩ଟାରେ ସାମ୍‌ସ ୱେବସାଇଟ୍‌ରେ ଉପଲବ୍ଧ ହେବ। ଚୟନ ହୋଇଥିବା ଛାତ୍ରଛାତ୍ରୀମାନେ ୭ରୁ ୧୦ ତାରିଖ ମଧ୍ୟରେ ନାମ ଲେଖାଇପାରିବେ।

ଏହା ପରେ ୧୨ରୁ ୧୪ତାରିଖ ମଧ୍ୟରେ ସ୍ପଟ୍‌ ନାମଲେଖା ପାଇଁ ଛାତ୍ରଛାତ୍ରୀ ଚଏସ୍‌ ଲକିଂ କରିପାରିବେ। ସୂଚନାଥାଉକି, ଅଗଷ୍ଟ ପହିଲାରୁ ପାଠପଢ଼ା ଆରମ୍ଭ ହେବ। ୨୦୨୪-୨୫ ଶିକ୍ଷା ବର୍ଷ ପାଇଁ ମୋଟ ୪ ଲକ୍ଷ ୭୬ ହଜାର ୯୩ ଜଣ ଆବେଦନ କରିଥିଲେ। ସେମାନଙ୍କ ମଧ୍ୟରୁ ୪ ଲକ୍ଷ ୨୬ ହଜାର ୪୭୨ ଜଣଙ୍କ ନାଁ ମେଧା ତାଲିକାରେ ଆସିଛି।ବାଦ ପଡିଛନ୍ତି ୪୯ ହଜାର ୬୨୧ ଜଣ।