ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା: ଗୁରୁବାର ସୁଦ୍ଧା ଷ୍ଟାଟସ୍ ରିପୋର୍ଟ ଦେବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଓଏଲ୍ ବ୍ୟୁରୋ: କୋଲକାତା ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ଉଦବେଗ ପ୍ରକାଶ କଲେ ସୁପ୍ରିମକୋର୍ଟ। ହତ୍ୟ ଘଟଣାକୁ ନେଇ ବର୍ଷିବା ସହିତ ଳମ୍ବରେ ଏଫ୍ଇଆର୍ ରୁଜୁ ହୋଇଥିବା ନେଇ ପ୍ରଶ୍ନ ଉଠାଇଲେ ସୁପ୍ରିମକୋର୍ଟ। ଗୁରୁବାର ସୁଦ୍ଧା ଷ୍ଟାଟସ୍ ରିପୋର୍ଟ ଦେବାକୁ ସିବିଆଇକୁ ସର୍ବୋଚ୍ଚ ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି।
ଆଜି କୋଲକାତା ଆର୍ଜିକର ମେଡିକାଲ କଲେଜ ଓ ହସ୍ପିଟାଲରେ ଟ୍ରନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାର ଶୁଣାଣି ହୋଇଛି।ଜେଆଇଙ୍କ ଅଧ୍ୟକ୍ଷତାରେ ତିନି ଜଣିଆ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିଛନ୍ତି। ଶୁଣାଣି ବେଳେ ଖଣ୍ଡପୀଠି ଏହି ମାମଲାକୁ ନେଇ ଉଦ୍ବେଗ ପ୍ରକାଶ କରିଛନ୍ତି।
ସିଜେଆଇ କହିଛନ୍ତି, ଦୁଷ୍କର୍ମ ଓ ହତ୍ୟା ବ୍ୟତୀତ ଏହା ସମଗ୍ର ଦେଶରେ ଡାକ୍ତରଙ୍କ ସୁରକ୍ଷାର ବିଷୟ। ଡାକ୍ତର, ବିଶେଷ କରି ମହିଳା ଡାକ୍ତର ଓ ଯୁବ ଡାକ୍ତରଙ୍କ ସୁରକ୍ଷାକୁ ନେଇ ଆମେ ଚିନ୍ତିତ। ସୋଶାଲ ମିଡିଆରେ ପୀଡିତାଙ୍କ ଫଟୋ, ପରିଚୟ ପୋଷ୍ଟମର୍ଟମ ପରେ ପୀଡିତାଙ୍କ ଶରୀରର ଫଟୋ ଦେଖାଇବା ବେଶ୍ ଉଦ୍ବେଗ ଜନକ ବୋଲି କହିଛନ୍ତି ସୁପ୍ରିମକୋର୍ଟ। ସେପଟେ ଏହି ମାମଲାକୁ ନେଇ ପଶ୍ଚିମବଙ୍ଗ ସରକାର ଉପରେ ବର୍ଷିଛନ୍ତି ସୁପ୍ରିମକୋର୍ଟ।