ରାସନକାର୍ଡ ଆବେଦନକାରୀଙ୍କ ପାଇଁ ବଡ଼ ଖବର: ଇ-କେୱାଇସି ଯାଞ୍ଚ ପରେ ମିଳିବ ନୂଆ କାର୍ଡ
ଓଏଲ୍ ବ୍ୟୁରୋ: ରାସନ କାର୍ଡ ଆବେଦନ କରିଥିବା ହିତାଧିକାରୀଙ୍କ ପାଇଁ ବଡ଼ ଖବର। ଗୃହରେ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ଅନୁପସ୍ଥିତିରେ ଉଚ୍ଚ ଶିକ୍ଷା ମନ୍ତ୍ରୀ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଇ-କେୱାଇସି ଯାଞ୍ଚ ପରେ ନୂଆ ରାସନ କାର୍ଡ ମିଳିବ। ଆବେଦନ କରିଥିବା ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ।
ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, ଇ-କେୱାଇସି ସମ୍ବେଦନଶୀଳ ପ୍ରସଙ୍ଗ, ତେଣୁ ଏହାକୁ ଅପଡେଟ୍ କରିବା ନିହାତି ଆବଶ୍ୟକ। ୧୦ ଲକ୍ଷରୁ ଅଧିକ ହିତାଧିକାରୀ ରାସନ କାର୍ଡ ପାଇଁ ଅପେକ୍ଷା କରିଛନ୍ତି। ଇ-କେୱାଇସି ଯାଞ୍ଚ ପରେ ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ।
ପୂର୍ବରୁ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଥିଲେ, ଏବେ ସୁଦ୍ଧା ରାଜ୍ୟରେ ମୋଟ ୬ ଲକ୍ଷ ୧୯ ହଜାର ୮୩୬ ପରିବାର ରାସନ କାର୍ଡ ପାଇଁ ଆବେଦନ କରି ଅପେକ୍ଷାରେ ଅଛନ୍ତି। ଅଯୋଗ୍ୟ ହିତାଧିକାରୀଙ୍କୁ ବାଦ ଦେବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି।