Odisha Link
Bridging the Missing Links in Odisha

ବିଧାନସଭାରେ ରେଭେନ୍ସା ଝଡ଼, ସାଢ଼େ ୧୨ଟା ପର୍ଯ୍ୟନ୍ତ ଗୃହ ମୁଲତବୀ

ଓଏଲ୍‌ ବ୍ୟୁରୋ: ବିଧାନସଭା ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ଆଜି ପନ୍ଦର ଦିନରେ ପହଂଚିଛି। ଗୃହ କାର୍ଯ୍ୟ ସୁରୁଖୁରୁରେ ଆରମ୍ଭ ହୋଇଥିବାବେଳେ ବିଭିନ୍ନ ବିଭାଗର ପ୍ରଶ୍ନକାଳ ଚାଲିଥିଲା। ବିଧାୟକଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ରଖୁଥିଲେ ବିଭାଗୀୟ ମନ୍ତ୍ରୀ। ଏସବୁ ଭିତରେ ଗୃହରେ ରେଭେନ୍ସା ନାମ ପରିବର୍ତ୍ତନ ପ୍ରସଙ୍ଗକୁ ନେଇ ବିଜେଡି ବିଧାୟକ ନାରାବାଜି କରିଛନ୍ତି। ଏହା ପରେ ଗୃହ କାର୍ଯ୍ୟ ୧୨.୩୦ ପର୍ଯ୍ୟନ୍ତ ଗୃହ ମୁଲତବୀ ରଖାଯାଇଛି।