Odisha Link
Bridging the Missing Links in Odisha

ରାଜ୍ୟରେ ଖାଲି ପଡ଼ିଛି ୩୦ ହଜାର ଶିକ୍ଷକ ପଦବୀ, ଗଞ୍ଜାମ ଜିଲ୍ଲାରେ ସର୍ବାଧିକ

ଓଏଲ୍‌ ବ୍ୟୁରୋ: ବିଧାନସଭା ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ଆଜି ପନ୍ଦର ଦିନରେ ପହଂଚିଛି। ଗୃହ କାର୍ଯ୍ୟ ସୁରୁଖୁରୁରେ ଆରମ୍ଭ ହୋଇଥିବାବେଳେ ବିଭିନ୍ନ ବିଭାଗର ପ୍ରଶ୍ନକାଳ ଚାଲିଥିଲା। ବିଧାୟକଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ରଖୁଥିଲେ ବିଭାଗୀୟ ମନ୍ତ୍ରୀ। ଏସବୁ ଭିତରେ ଚକ୍ରମଣି କହଁରଙ୍କ ପ୍ରଶ୍ନରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉତ୍ତର ରଖିଛନ୍ତି। ସେ କହିଛନ୍ତି, ରାଜ୍ୟରେ ଖାଲି ପଡ଼ିଛି ୩୦ ହଜାର ୫୪୦ ପ୍ରାଥମିକ ଶିକ୍ଷକ ପଦବୀ। ରାଜ୍ୟରେ ୧ ଲକ୍ଷ ୩୫ ହଜାର ୬୫୬ ମଞ୍ଜୁରୀପ୍ରାପ୍ତ ଶିକ୍ଷକ ପଦ ରହିଛି। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୪ ହଜାର ୨୮୩ ଶିକ୍ଷକ ପଦବୀ ଖାଲି ରହିଛି। ୧୬ ହଜାର ପ୍ରାଥମିକ ଶିକ୍ଷକ ନିଯୁକ୍ତି ନେଇ ପ୍ରକ୍ରିୟା ଚାଲୁ ରହିଛି।