Odisha Link
Bridging the Missing Links in Odisha

ଓଡ଼ିଶାରେ ଗଡ଼ିବ ଆଉ ୩ଟି ବନ୍ଦେ ଭାରତ ଏକ୍ସପ୍ରେସ୍, ସେପ୍ଟେମ୍ବର ୧୫ରେ ପ୍ରଧାନମନ୍ତ୍ରୀ କରିବେ ଶୁଭାରମ୍ଭ

ଓଏଲ୍‌ ବ୍ୟୁରୋ: ସେପ୍ଟେମ୍ବର ୧୫ ତାରିଖରେ ଦେଶରେ ଗଡ଼ିବ ୧୦ଟି ବନ୍ଦେ ଭାରତ ଏକ୍ସପ୍ରେସ। ଯାହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଯାହା ଆଣି ଦେଇଛି ଓଡ଼ିଶା ପାଇଁ ଖୁସି ଖବର। ଓଡ଼ିଶାରେ ଆସନ୍ତା ୧୫ ତାରିଖରୁ ଗଡ଼ିବ ଆଉ ୩ଟି ବନ୍ଦେ ଭାରତ ଏକ୍ସପ୍ରେସ। ଏଣିତି ରେଳ ଯାତ୍ରୀଙ୍କୁ ହେବ ସୁବିଧା। ବ୍ରହ୍ମୁପର କାର୍ଯ୍ୟକ୍ରମରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପୂର୍ବତଟ ମହାପ୍ରବନ୍ଧକ କେନ୍ଦ୍ର ରେଳ ମନ୍ତ୍ରୀଙ୍କ ପକ୍ଷରୁ କରିଛନ୍ତି ନିମନ୍ତ୍ରଣ।

ଆଜି ପୂର୍ବତଟ ରେଳବାଇର ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ଆଜି ବିଧାନସଭା କାର୍ଯ୍ୟାଳୟ ପ୍ରକୋଷ୍ଠଠାରେ କେନ୍ଦ୍ର ରେଳ ମନ୍ତ୍ରାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଗାମୀ ୧୫ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ହେଉଥିବା ବନ୍ଦେ ଭାରତ ଟ୍ରେନ ଶୁଭାରମ୍ଭ ସମାରୋହରେ ଯୋଗ ଦେବା ପାଇଁ ନିମନ୍ତ୍ରଣ କରିଛନ୍ତି। କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏଥିନିମନ୍ତେ ସ୍ୱତନ୍ତ୍ର ନିମନ୍ତ୍ରଣ ପତ୍ର ଓ ଚିଠି ମାଧ୍ୟମ ରେ ଅନୁରୋଧ କରିଛନ୍ତି।

ସୂଚନାଯୋଗ୍ୟ, ଚଳିତ ମାସ ୧୫ ତାରିଖରେ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଦେଶରେ ୧୦ଟି ନୂତନ ବନ୍ଦେ ଭାରତ ଟ୍ରେନ ଚଳାଚଳର ଶୁଭାରମ୍ଭ ହେବ। ସେମଧ୍ୟରୁ ଓଡିଶା ମଧ୍ୟରେ ୩ଟି ଟ୍ରେନ ଚଳାଚଳ କରିବ। ଏହି ଟ୍ରେନ ଗୁଡିକ ହେଲା ଟାଟା-ବ୍ରହ୍ମପୁର ବନ୍ଦେ ଭାରତ,ରାଉରକେଲା-ହାୱଡା ବନ୍ଦେ ଭାରତ ଏବଂ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ । କେନ୍ଦ୍ର ରେଳମନ୍ତ୍ରୀ ବୈଷ୍ଣବ ମୁଖ୍ୟମନ୍ତ୍ରୀଙ୍କୁ ବ୍ରହ୍ମପୁର ଷ୍ଟେସନଠାରେ ଅନୁଷ୍ଠିତ ହେଉଥିବା କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ନିମନ୍ତ୍ରଣ କରିଛନ୍ତି।

ସୂଚନାଯୋଗ୍ୟ , ବର୍ତ୍ତମାନ ଓଡିଶା ମଧ୍ୟରେ ୩ ଟି ବନ୍ଦେ ଭାରତ ଟ୍ରେନ ଚଳାଚଳ କରୁଛି। ନୂତନ ୩ଟି ଟ୍ରେନ ମିଶିଲେ ସମୁଦାୟ ୬ଟି ବନ୍ଦେ ଭାରତ ଟ୍ରେନ ଓଡିଶାବାସୀଙ୍କୁ ସେବା ଯୋଗାଇବ। ଚଳିତ ବର୍ଷ ବଜେଟରେ ଓଡିଶା ରେଳ ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ରେକର୍ଡ ୧୦,୫୮୬ କୋଟି ଟଙ୍କା କେନ୍ଦ୍ର ସରକାର ଯୋଗେଇ ଦେଇଛନ୍ତି। ବର୍ତ୍ତମାନ ରାଜ୍ୟରେ ୫୪,୪୩୪ କୋଟି ଟଙ୍କାର ରେଳ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟ ଜାରିରହିଛି।

Leave A Reply

Your email address will not be published.