Odisha Link
Bridging the Missing Links in Odisha

ଆଜି ଯାଞ୍ଚ ହେବ ରତ୍ନଭଣ୍ଡାର, ବନ୍ଦ ରହିବ ଜଗା ଦର୍ଶନ

ଓଏଲ୍‌ ବ୍ୟୁରୋ: ଆଜି ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା ଏଏସ୍ଆଇ ପକ୍ଷରୁ ଶ୍ରୀମନ୍ଦିର ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ ଅନୁଷ୍ଠିତ ହେବ। ଏନେଇ ଏଏସ୍ଆଇ ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନକୁ ସୂଚନା ଦିଆଯାଇଛି। ତଦନୁସାରେ, ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ଏହି ପ୍ରାରମ୍ଭିକ ନିରୀକ୍ଷଣ ଏବଂ ବୈଷୟିକ ଯାଂଚ ଅନୁଷ୍ଠିତ ହେବ। ଏଏସ୍ଆଇର ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ବରେ ନିରୀକ୍ଷଣ ହେବ।

ରତ୍ନଭଣ୍ଡାର ଯାଞ୍ଚ ପାଇଁ ଜଗା ଦର୍ଶନ ବନ୍ଦ ରହିବ। ଆଜି ଦିନ ୧ଟାରୁ ଯାଞ୍ଚ ସରିବା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ବିତୀୟ ଭୋଗମଣ୍ଡପ ପରଠାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସ୍ବତନ୍ତ୍ର ନୀତିନିର୍ଘଣ୍ଟ ସ୍ଥିର ହୋଇଛି। ଆଜି ରାତ୍ର ୩ଟାରେ ମଙ୍ଗଳ ଆଳତି ହୋଇଥିବାବେଳେ ଦିନ ୧ଟାରୁ ଯାଞ୍ଚ ସରିବା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ।