Odisha Link
Bridging the Missing Links in Odisha

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ, ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଓଏଲ୍‌ ବ୍ୟୁରୋ: ବଙ୍ଗୋପସାଗର ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ଆଜି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ଯୋଗୁଁ ରାଜ୍ୟରେ ପୁଣି ବର୍ଷାର ପରିମାଣ ବଢ଼ିପାରେ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୧୨ ଜିଲ୍ଲାକୁ ସତର୍କ କରାଇଛି ପାଣିପାଗ ବିଭାଗ।

ଆଜି କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି। ସେହିପରି ମଙ୍ଗଳବାରରୁ ଗୁରୁବାର ମଧ୍ୟରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଆଲର୍ଟ ଜାରି କରାଯାଇଛି।