୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଆଗକୁ ବିଧାନସଭା ନିର୍ବାଚନ

ଓଏଲ୍ ବ୍ୟୁରୋ: ଦୁଇ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେପ୍ଟେମ୍ବର ୩୦ ଓ ଅକ୍ଟୋବର ୧ ତରିଖରେ ମୁଖ୍ୟମନ୍ତ୍ରୀ ଝାଡ଼ଖଣ୍ଡ ଗସ୍ତରେ ଯିବେ ବୋଲି ସୂଚନା ରହିଛି। ମୁଖ୍ୟମନ୍ତ୍ରୀ ୩୦ ତାରିଖରେ ଝାଡ଼ଖଣ୍ଡ ପହଞ୍ଚିବା ପରେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବେ। ସେଠାରେ ପ୍ରାକ୍ ନିର୍ବାଚନୀ ରାଲିରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
ପରେ ଅକ୍ଟୋବର ୧ତାରିଖରେ ଝାଡ଼ଖଣ୍ଡର ଚାଇଁବାସାର କୋଲ୍ ହାନ୍ ଯିବେ ମୁଖ୍ୟମନ୍ତ୍ରୀ। ସେଠାରେ ବିଜେପିର ପରିବର୍ତ୍ତନ ଯାତ୍ରାରେ ସାମିଲ ହେବେ। ପଶ୍ଚିମ ସିଂହଭୂମ ଓ ଚାଇଁବାସାର କୋଲରେ ସଂଖ୍ୟାଧିକ ଓଡ଼ିଆ ଭାଷାଭାଷୀ ଲୋକ ବସବାସ କରନ୍ତି। ସେଠାରେ ମୁଖ୍ୟମନ୍ତ୍ରୀ ନିର୍ବାଚନ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି।
ସୂଚନାଥାଉକି, ଚଳିତ ବର୍ଷ ଶେଷ ଆଡ଼କୁ ହୋଇପାରେ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ। ଏହାପୂର୍ବରୁ ଝାଡ଼ଖଣ୍ଡ ଗଡ଼କୁ କବଜା କରିବା ପାଇଁ ବିଜେପି କରୁଛି ସ୍ବତନ୍ତ୍ର ରଣନୀତି। ଏହାପୂର୍ବରୁ ଗତକାଲି ଓଡ଼ିଶା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ସେ ବର୍ତ୍ତମାନଝାଡ଼ଖଣ୍ଡ ବିଜେପିର ସହପ୍ରଭାରୀ ଅଛନ୍ତି।