Odisha Link
Bridging the Missing Links in Odisha

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ସୁଭଦ୍ରା ଆବେଦନକାରୀଙ୍କୁ ଟଙ୍କା ସହ ମିଳିବ ପୁରସ୍କାର

ଓଏଲ୍‌ ବ୍ୟୁରୋ: ସୁଭଦ୍ରା ଆବେଦନକାରୀଙ୍କ ପାଇଁ ଆଉ ଏକ ଖୁସି ଖବର। ଏଣିକି ସୁଭଦ୍ରା ଆବେଦନକାରୀଙ୍କୁ ଟଙ୍କା ସହ ପୁରସ୍କାର ମଧ୍ୟ ମିଳିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ସୁଭଦ୍ରା ଆବେଦନକାରୀଙ୍କୁ ପୁରସ୍କାର ମିଳିବ। ଏକ ଓ ଏକ କୋଟି ନମ୍ବରରେ ଥିବା ମହିଳାଙ୍କୁ ପୁରସ୍କାର ମିଳିବ। ୯ ତାରିଖରେ ୪୦ ଲକ୍ଷ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା। ଆବେଦନ ପରେ ଅଯୋଗ୍ୟ ହିତାଧିକାରୀ ଯାଞ୍ଚ ହେବ।

ଅନ୍ୟପଟେ, ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ପାଇଁ ଲାଗି ରହିଥିବା କଳ୍ପନା ଜଳ୍ପନାର ରବିବାର ଅନ୍ତ ଘଟିଛି। ଦ୍ବିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ଅକ୍ଟୋବର ୯ରେ ଆସିବ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏ ନେଇ ସୂଚନା ଦେଇଛନ୍ତି। ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କୁ ଦିଆଯିବ। ବାରିପଦାରେ ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀ ଏହି ଟଙ୍କା ପ୍ରଦାନ କରିବେ।

ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କୁ ଦିଆଯିବ। ବାରିପଦାରେ ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଟଙ୍କା ପ୍ରଦାନ କରିବେ। ସେପ୍ଟେମ୍ବର ୭ ତାରିଖ ଯାଏ ଆବେଦନ କରିଥିବା ମହିଳା ୯ରେ ଟଙ୍କା ପାଇବେ। ସୁଭଦ୍ରା ଯୋଜନାରେ ପ୍ରଥମ ହିତାଧିକାରୀ ଓ କୋଟିଏ ନମ୍ବରରେ ଥିବା ମହିଳାଙ୍କୁ ସମ୍ବର୍ଦ୍ଧିତ କରିବେ ମୁଖ୍ୟମନ୍ତ୍ରୀ।

ତେବେ ଆଜି ଏକ ବଡ଼ ସୂଚନା ଦେଇ ପ୍ରଭାତୀ କହିଛନ୍ତି, ସୁଭଦ୍ରା ଆବେଦନକାରୀଙ୍କୁ ପୁରସ୍କାର ମିଳିବ। କେବଳ ଏକ ଓ ଏକ କୋଟି ନମ୍ବରରେ ଥିବା ମହିଳାଙ୍କୁ ପୁରସ୍କାର ମିଳିବ। ୯ ତାରିଖରେ ୪୦ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ। ସୁଭଦ୍ରା ଯୋଜନାରେ ପ୍ରଥମ ହିତାଧିକାରୀ ଓ କୋଟିଏ ନମ୍ବରରେ ଥିବା ମହିଳାଙ୍କୁ ବାରିପଦାରେ ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିବେ।

Leave A Reply

Your email address will not be published.