Odisha Link
Bridging the Missing Links in Odisha

ମାହାଙ୍ଗା ଡବଲ ମର୍ଡର ମାମଲା: ପ୍ରତାପ ଜେନାଙ୍କୁ ବଡ଼ ଆଶ୍ବସ୍ତି

ଓଏଲ୍‌ ବ୍ୟୁରୋ: ମାହାଙ୍ଗା ଡବଲ୍ ମର୍ଡର ମାମଲାରେ ପ୍ରତାପ ଜେନାଙ୍କୁ ଆଶ୍ବସ୍ତି ମିଳିଛି। ପ୍ରତାପଙ୍କ ନାଁରେ ତଳକୋର୍ଟ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ଡବଲ ମର୍ଡର ମାମଲାରେ ୧୩ ନମ୍ବର ମୁଦାଲା ଥିଲେ ପ୍ରତାପ ଜେନା। ଚାର୍ଜସିଟ୍‌ରେ ପ୍ରତାପଙ୍କ ନାଁ ନଥିବାରୁ ପୁନଃ ତଦନ୍ତ ନିର୍ଦ୍ଦେଶ ହୋଇଥିଲା। ସାଲେପୁର କୋର୍ଟଙ୍କ ପୁନଃ ତଦନ୍ତ ନିର୍ଦ୍ଦେଶ ପରେ ପୁଲିସ ନାଁ ଯୋଡ଼ିଥିଲା। ତଳକୋର୍ଟରେ ତାଙ୍କ ନାଁ ଯୋଡ଼ାଯିବା ପରେ ହାଇକୋର୍ଟ ଯାଇଥିଲେ ପ୍ରତାପ ଜେନା। ଏହି ମାମଲାର ଶୁଣାଣି କରି ହାଇକୋର୍ଟ ପ୍ରତାପ ଜେନାଙ୍କୁ ଆଶ୍ବସ୍ତି ଦେଇଛନ୍ତି।

ଅଭିଯୋଗ ମୁତାବିକ, ଜାନୁୟାରୀ ୨୦୨୧ରେ ମାହାଙ୍ଗାରେ ଘଟିଥିଲା ଡବଲ୍ ମର୍ଡର। କୁଳମଣି ବରାଳ ଏବଂ ଦିବ୍ୟସିଂହ ବରାଳଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣାରେ ୧୩ ଜଣଙ୍କ ନାଁରେ ଅଭିଯୋଗ ହୋଇଥିଲା। ଏଥିରୁ ୯ ଜଣ ଗିରଫ ହୋଇଥିଲେ। ଏତଲା ଅନୁସାରେ ୧୩ ନମ୍ବର ଅଭିଯୁକ୍ତ ଥିଲେ ପ୍ରତାପ ଜେନା। ତେବେ ପରବର୍ତୀ ସମୟରେ ମୁଖ୍ୟ ଅଭିଯୁକ୍ତ ପ୍ରଫୁଲ୍ଲ ବିଶ୍ୱାଳଙ୍କ ମୃତ୍ୟୁ ହୋଇଯାଇଥିଲା। ସାକ୍ଷୀଙ୍କ ବୟାନ ଓ ଅନ୍ୟ ରେକର୍ଡରୁ ବିଧାୟକଙ୍କ ବିରୋଧରେ ହତ୍ୟା, ଅପରାଧିକ ଷଡଯନ୍ତ୍ର, ହତ୍ୟା ଧମକ ଅଭିଯୋଗ ନେଇ ଆପାତତଃ ମାମଲା ହୋଇଥିଲା।

Leave A Reply

Your email address will not be published.