Odisha Link
Bridging the Missing Links in Odisha

ଶିଳ୍ପରତ୍ନ ଯୁଗର ଅବସାନ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ

ଓଏଲ୍‌ ବ୍ୟୁରୋ: ଆଉ ନାହାନ୍ତି ଭାରତର ରତନ ତଥା ବିଶିଷ୍ଟ ଶିଳ୍ପପତି ରତନ ଟାଟା। ଜଣେ ବ୍ୟକ୍ତି ରୂପେ ଧରାପୃଷ୍ଠାକୁ ଆସିଥିଲେ ରତନ। ହେଲେ ‘ଅନୁଷ୍ଠାନ’ ହୋଇ ବିଦାୟ ନେଇଛନ୍ତି। ଭାରତୀୟ ଶିଳ୍ପକୁ ବିଶ୍ବବନ୍ଦିତ କରିବାରେ ତାଙ୍କର ରହିଥିଲା ପ୍ରମୁଖ ଭୂମିକା। ତାଙ୍କ ବିୟୋଗରେ ଏକ ଯୁଗର ଅବସାନ ଘଟିଛି। ରତନ ଟାଟାଙ୍କ ଶେଷ ଦର୍ଶନ ଶେଷ ହୋଇଛି। ଅନ୍ତିମ ଯାତ୍ରାରେ ସାମିଲ ହୋଇଥିଲେ ବହୁ ବିଶିଷ୍ଟ ବ୍ୟକ୍ତିବିଶେଷ। ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ରତନ ଟାଟାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି।