ଦୁର୍ଗାପୂଜା ମଣ୍ଡପ ବୁଲିଲେ ନବୀନ, ମା’ଙ୍କ ମହାଷ୍ଟମୀ ପୂଜାରେ ହେଲେ ସାମିଲ

ଓଏଲ୍ ବ୍ୟୁରୋ: ଝଲସୁଛି ପୂଜା ମଣ୍ଡପ। ସଜେଇ ହୋଇଛି ଗାଁଠୁ ସହର। ଜଗତ ଜନନୀ ମାଆ ଦୁର୍ଗାଙ୍କ ପୂଜାକୁ ନେଇ ଚଳଚଂଚଳ ପୂରପଲ୍ଲୀ। ଆଜି ପୀଠରେ ନବମୀ ପୂଜା ହେଉଥିବା ବେଳେ ମଣ୍ଡପରେ ଅଷ୍ଟମୀ ପୂଜା ରହିଛି। ସବୁଠି ଆଧ୍ୟାତ୍ମିକ ଓ ଉତ୍ସାହର ପରିବେଶ। ଆଧ୍ୟାତ୍ମିକ ଓ ଉତ୍ସାହର ଅନୁଭୂତି ନେବା ପାଇଁ ଭକ୍ତଂକ ଭିଡ ଜମିଛି। ଏହି ପବିତ୍ର ଉତ୍ସବରେ ପୂଜା ମଣ୍ଡପ ବୁଲୁଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶାରଦୀୟ ଦୂର୍ଗାପୂଜା ପାଇଁ ରାଜଧାନୀ ଚଳଚଞ୍ଚଳ ହୋଇଉଠିଥିବା ବେଳେ ନବୀନ ମଧ୍ୟ ଏ ଖୁସୀର ମାହୋଲରେ ସାମିଲ ହେଇଛନ୍ତି।
ଆଜି ବିଭିନ୍ନ ପୂଜା ମଣ୍ଡପ ବୁଲିବା ସହ ମା’ଙ୍କର ଆଶିଷ ଭିକ୍ଷା କରିଛନ୍ତି ପୂର୍ବତନ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶୁକ୍ରବାର ମହାଷ୍ଟମୀ ଅବସରରେ ରାଜଧାନୀର ବିଭିନ୍ନ ପୂଜାମଣ୍ଡପ ବୁଲୁଛନ୍ତି ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ପଟ୍ଟନାୟକ ଭୁବନେଶ୍ବରରେ ୩ଟି ପୂଜା ମଣ୍ଡପ ବୁଲିବାର କାର୍ଯ୍ୟକ୍ରମ ଥିବାବେଳେ ରସୁଲଗଡ଼ରୁ ସକାଳ ସାଢ଼େ ୧୦ଟାରୁ ଦର୍ଶନ ଆରମ୍ଭ କରିଥିଲେ। ଏହାପରେ ନବୀନ ୧୧ଟା ୩୦ ମିନିଟରେ ସହିଦନଗର ପୂଜା ପେଣ୍ଡାଲରେ ପହଞ୍ଚି ମା’ଙ୍କୁ ଦର୍ଶନ କରିବା ସହିତ ପେଣ୍ଡାଲ ବୁଲି ଦେଖିଥିଲେ।