Odisha Link
Bridging the Missing Links in Odisha

ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ସମୀକ୍ଷା, ମୁକାବିଲା ନେଇ ଆଲୋଚନା ଜାରି

ଓଏଲ୍‌ ବ୍ୟୁରୋ: ସ୍ଥଳଭାଗ ମୁହାଁ ବାତ୍ୟା ‘ଦାନା’। ସମୁଦ୍ର ଭାଗରେ ଭୀଷଣ ବାତ୍ୟାର ରୂପ ନେଇସାରିଛି ‘ଦାନା’। ଆଜି ରାତିରୁ ଆସନ୍ତାକାଲି ସକାଳ ଭିତରେ ଭିତରକନିକା ଓ ଧାମରା ମଧ୍ୟରେ ଲ୍ୟାଣ୍ଡଫଲ କରିବ। ପାରାଦୀପଠାରୁ ବାତ୍ୟା ୨୧୦ କିଲୋମିଟର ଦୂରରେ ଥିବାବେଳେ ଧାମରାଠାରୁ ୨୪୦ କିମି ଦୂରରେ ରହିଛି। ଭିତରକନିକା ଏବଂ ଧାମରା ମଧ୍ୟରେ ବାତ୍ୟା ଲ୍ୟାଣ୍ଡଫଲ କରିବାର ସମ୍ଭାବନା ରହିଥିବାବେଳେ ସମୁଦ୍ରରେ ବର୍ତ୍ତମାନ ଘଣ୍ଟା ପ୍ରତି ୧୨ କିମି ବେଗରେ ଅଗ୍ରସର ହେଉଛି।

ବାତ୍ୟା ପାଇଁ ସରକାରୀ ସ୍ତରରେ ପ୍ରସ୍ତୁତି ଜାରି ରହିଥିବାବେଳେ ଲୋକସଭା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାତ୍ୟା ସମୀକ୍ଷା କରୁଛନ୍ତି। ୯ଟି ଜିଲ୍ଲାର ଦାୟିତ୍ବରେ ଥିବା ସଚିବମାନଙ୍କ ସହ ବାତ୍ୟା ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବାତ୍ୟାର ଦୃଢ଼ ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି। ଆଦୌ ଆତଙ୍କିତ ହୁଅନ୍ତୁ ନାହିଁ, ସୁରକ୍ଷିତ ରୁହନ୍ତୁ, ସତର୍କ ରୁହନ୍ତୁ ବୋଲି ଗତକାଲି ମୁଖ୍ୟମନ୍ତ୍ରୀ କହିଥିଲେ।