ବଦଳିବ ବାତ୍ୟାର ଦିଗ, ସ୍ଥଳଭାଗ ଛୁଇଁବା ପରେ ଏହି ସବୁ ଜିଲ୍ଲାରେ ପଡ଼ିବ ପ୍ରଭାବ..

ଓଏଲ୍ ବ୍ୟୁରୋ: ସ୍ଥଳଭାଗ ମୁହାଁ ବାତ୍ୟା ‘ଦାନା’। ସମୁଦ୍ର ଭାଗରେ ଭୀଷଣ ବାତ୍ୟାର ରୂପ ନେଇସାରିଛି ‘ଦାନା’। ଆଜି ରାତିରୁ ଆସନ୍ତାକାଲି ସକାଳ ଭିତରେ ଭିତରକନିକା ଓ ଧାମରା ମଧ୍ୟରେ ଲ୍ୟାଣ୍ଡଫଲ କରିବ। ପାରାଦୀପଠାରୁ ବାତ୍ୟା ୨୬୦ କିଲୋମିଟର ଦୂରରେ ଥିବାବେଳେ ଧାମରାଠାରୁ ୨୮୦ କିମି ଦୂରରେ ରହିଛି। ଭିତରକନିକା ଏବଂ ଧାମରା ମଧ୍ୟରେ ବାତ୍ୟା ଲ୍ୟାଣ୍ଡଫଲ କରିବାର ସମ୍ଭାବନା ରହିଥିବାବେଳେ ସମୁଦ୍ରରେ ବର୍ତ୍ତମାନ ଘଣ୍ଟା ପ୍ରତି ୧୨ କିମି ବେଗରେ ଅଗ୍ରସର ହେଉଛି।
ପାଣିପାଗ ବିଭାଗ ପକ୍ଷରୁ ଜାରି ହୋଇଥିବା ସୂଚନା ଅନୁଯାୟୀ, ଏବେ ବାତ୍ୟା ‘ଦାନା’ ପାରାଦୀପଠାରୁ ୨୬୦ କିଲୋମିଟର ଏବଂ ଧାମରାରୁ ୨୮୦ କିଲୋମିଟର ଦୂରରେ ରହିଛି। ଗତ ୬ ଘଣ୍ଟା ଧରି ବାତ୍ୟା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ୧୨ କିଲୋମିଟର ବେଗରେ ଗତି କରୁଛି। ଲ୍ୟାଣ୍ଡଫଲ ପରେ ରିକର୍ଭ କରିବ ଭୀଷଣ ବାତ୍ୟା। ରିକର୍ଭ କରି ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡିଶା ମୁହାଁଇବ ଦାନା। ଉତ୍ତର ଉପକୂଳ ଓଡ଼ିଶା ସହ ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବ।
ଲ୍ୟାଣ୍ଡଫଲ ପରେ ଭଦ୍ରକରୁ ରିକର୍ଭ କରି ପଶ୍ଚିମ ଓଡିଶାକୁ ମୁହାଁଇବ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ ଦେଇ ଅତିକ୍ରମ କରିବ ସିଷ୍ଟମ। ଆଜି ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କଟକ, ଖୋର୍ଦ୍ଧାରେ ଭୀଷଣ ବର୍ଷା ହେବ ।
ଶୁକ୍ରବାର ଆଭ୍ୟନ୍ତରୀଣ ଓଡିଶାର ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ଼, ବୌଦ୍ଧ, ନୟାଗଡ଼ ଦେଇ ଅତିକ୍ରମ କରିବ ବାତ୍ୟାର ଅଂଶ ୨୬ ତାରିଖରେ ଅବପାତ କିମ୍ବା ଲଘୁଚାପ ଭାବରେ ଦକ୍ଷିଣ ଓଡ଼ିଶାରେ ପହଞ୍ଚିବ। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳରେ ବର୍ଷା ହେବ।