Odisha Link
Bridging the Missing Links in Odisha

ଆଜି ୫ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ଓଏଲ୍‌ ବ୍ୟୁରୋ: ଶ୍ରୀମନ୍ଦିରରେ ଆଜି କାର୍ତ୍ତିକ କୃଷ୍ଣ ତ୍ରୟୋଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ନୀତି ଶେଷ ହେବାପରେ ଅପରାହ୍ନ ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ୫ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଶ୍ରଦ୍ଧାଳୁମାନଙ୍କ ଉଦ୍ଦେଶ୍ୟରେ ଅବଗତି କରାଯାଇଛି। ସେହି ସମୟରେ ଦତ୍ତ ମହାପାତ୍ର ଓ ଦଇତାପତି ସେବକମାନେ ଗୁପ୍ତନୀତି ସମ୍ପାଦନ କରିବେ ବୋଲି ଜଣାପଡ଼ିଛି।