Odisha Link
Bridging the Missing Links in Odisha

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କେନ୍ଦୁଝରରେ ହେବ ମେଗାଷ୍ଟିଲ ପ୍ଲାଣ୍ଟ

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ସୃଷ୍ଟି ହେବ ନିଯୁକ୍ତି ସୁଯୋଗ। ନିଜ ମାଟିରେ ରୋଜଗାର ପାଇବ ଓଡ଼ିଆ ପୁଅ। କେନ୍ଦୁଝରରେ JSW-ପୋସ୍କୋ ମିଳିତ ଭାବେ କରିବେ ଷ୍ଟିଲପ୍ଲାଣ୍ଟ। କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ସୂଚନା ଦେଇଛନ୍ତି। JSW ସହ ପୋସ୍କୋ ଏମଓୟୁ କରିବା ପରେ ଏନେଇ ଚର୍ଚ୍ଚା ଲାଗିରହିଥିଲା। କେନ୍ଦୁଝରକୁ ଷ୍ଟିଲ ଉତ୍ପାଦନର ହବ୍ କରିବା ପାଇଁ ବଡ ଯୋଜନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

କେନ୍ଦୁଝର ଜିଲ୍ଲାରେ ଖଣିଜ ସମ୍ପଦ ସହ ଜମି, ଜଳ, ବିଦ୍ୟୁତ, ଯୋଗାଯୋଗ ଭଳି ସବୁ ଆନୁଷଙ୍ଗିକ ଭିତ୍ତିଭୂମିର ସୁବିଧା ମଧ୍ୟ ରହିଛି। ତେଣୁ ସେଠାରେ ମେଗା ଷ୍ଟିଲ ପ୍ଲାଣ୍ଟ ସ୍ଥାପନ ପାଇଁ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଟାସ୍କ ଫୋର୍ସ ଗଠନ କରିବାକୁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ।