Odisha Link
Bridging the Missing Links in Odisha

ଭିଜିଲାନ୍ସ ଜାଲରେ ଜୁନିୟର ମ୍ୟାନେଜର, ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ

ଓଏଲ୍ ବ୍ୟୁରୋ: ଗତ କିଛି ଦିନ ହେବ ଚାଲିଛି ସରକାରୀ ବାବୁଙ୍କ ମାଳମାଳ ସମ୍ପତିର ଖୋଳତାଡ଼। ଅନେକ ସରକାରୀ ବାବୁ ଭିଜିଲାନ୍ସ ଜାଲରେ ପଡିଥିବାବେଳେ ତଦନ୍ତ କରୁଛି ଭିଜିଲାନ୍ସ ଦଳ। ଏସବୁ ଭିତରେ ଭିଜିଲାନ୍ସ ଜାଲରେ ପଡିଛନ୍ତି ଇଡକୋ ଜୁନିୟର ମ୍ୟାନେଜର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୁନିୟର ମ୍ୟାନେଜର ବିଜୟ କୁମାର ଉଦୟସିଂହଙ୍କ ଘରେ ରେଡ୍ କରାଯାଉଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୬ଟି ସ୍ଥାନରେ ଚଢ଼ାଉ ଚାଲିଛି। ଭୁବନେଶ୍ବର, ଖୋର୍ଦ୍ଧା ଓ ପୁରୀର ୬ଟି ସ୍ଥାନରେ ଏକକାଳୀନ ରେଡ୍ ଚାଲିଛି।