Odisha Link
Bridging the Missing Links in Odisha

ଯଶିପୁର ସ୍ୱାସ୍ଥ୍ୟକେନ୍ଦ୍ରରେ ମନ୍ତ୍ରୀ, ରୋଗୀଙ୍କୁ ଭେଟିବା ସହ ବିଭିନ୍ନ ପ୍ରକଳ୍ପର କଲେ ସମୀକ୍ଷା

ଓଏଲ୍‌ ବ୍ୟୁରୋ: ଆଜି ମୟୂରଭଞ୍ଜ ଗସ୍ତରେ ଯାଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ମୟୂରଭଞ୍ଜ ଜିଲ୍ଲା ଗସ୍ତ ଅବସରରେ ଯଶିପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରି ଚିକିତ୍ସିତ ହେଉଥିବା ରୋଗୀମାନଙ୍କ ସୁବିଧା ଅସୁବିଧା ପଚାରି ବୁଝିବା ସହ ସେଠାରେ ଜାତୀୟ ସ୍ୱାସ୍ଥ୍ୟ ମିଶନ ଅଧୀନରେ ନିର୍ମାଣାଧୀନ ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଏହି ଅବସରରେ ଯଶିପୁରର ବିଧାୟକ ଗଣେଶ ରାମ ଖୁଣ୍ଟିଆ ଉପସ୍ଥିତ ଥିଲେ। ଯଶିପୁର ଠାରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ଠାରୁ ମିଳିଥିବା ବିପୁଳ ସ୍ଵାଗତ ସମ୍ବର୍ଦ୍ଧନା ପାଇଁ ସମସ୍ତଙ୍କୁ ଆନ୍ତରିକ ଧନ୍ୟବାଦ ଜଣାଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ।