Odisha Link
Bridging the Missing Links in Odisha

ଆନୁଷ୍ଠାନିକ ଭାବେ ଖୋଲିଲା ମଣ୍ଡି, ବରଗଡ଼ରୁ ଧାନ କିଣା ଆରମ୍ଭ

ଓଏଲ୍‌ ବ୍ୟୁରୋ: ଆଜିଠୁ ଖୋଲିଲା ଧାନମଣ୍ଡି। ଖରିଫ୍ ଧାନ ମଣ୍ଡି ଖୋଲିଛନ୍ତି ରାଜ୍ୟ ସରକାର। ଆନୁଷ୍ଠାନିକ ଭାବେ ବରଗଡ଼ରେ ଧାନମଣ୍ଡି ଖୋଲିଲା। ବିଧିବଦ୍ଧ ଭାବେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଧାନମଣ୍ଡି ଶୁଭାରମ୍ଭ କଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ବର୍ଷ ବର୍ଷ ଧରି ଟୋକନ୍ ଟେନସନ୍, ମିଲର୍ସଙ୍କ ମନମାନି ଓ କଟନୀ ଛଟନୀରେ ଛନ୍ଦି ହେଉଥିବା ଚାଷୀଙ୍କୁ ମୁକ୍ତି ଦେବାକୁ ଏଥର ରାଜ୍ୟ ସରକାର ବହୁ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି।

ଆଜିଠୁ ବରଗଡ଼ ଓ ୨୧ରେ ସମ୍ବଲପୁର ଜିଲ୍ଲାରେ ଧାନ କିଣା ଆରମ୍ଭ ହେବାକୁ ଯାଉଥିବା ବେଳେ ଧାନ କିଣାରୁ ବିକ୍ରି ପର୍ଯ୍ୟନ୍ତ ମଣ୍ଡିରେ ଅଫିସର ଜଗିବେ ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ। ୪ରୁ ୫ଟି ମଣ୍ଡିକୁ ନେଇ ପର୍ଯ୍ୟବେକ୍ଷକ ନିଯୁକ୍ତି କରାଯାଇଛି। ଦଲାଲମାନେ ଯେପରି ମଣ୍ଡିକୁ ନଆସିବେ ସେଥିପାଇଁ ପାଟ୍ରୋଲିଂ କରାଯିବ। ଧାନ କୁଇଣ୍ଟାଲ ପିଛା ୩୧ ଶହ ଟଙ୍କା ଲେଖାଏଁ ଚାଷୀଙ୍କୁ ଦେବାକୁ କ୍ୟାବିନେଟରେ ନିଷ୍ପତ୍ତି ହୋଇଛି।