ଆଜି ସର୍ବଦଳୀୟ ବୈଠକ, ୨୬ରୁ ବିଧାନସଭାର ଶୀତକାଳୀନ ଅଧିବେଶନ

ଓଏଲ୍ ବ୍ୟୁରୋ: ଆସନ୍ତାକାଲି ଠାରୁ ଆରମ୍ଭ ହେଉଛି ବିଧାନସଭା ଶୀତ ଅଧିବେଶନ। ଏହା ପୂର୍ବରୁ ଆଜି ବିଧାନସଭାରେ ବସିବ ସର୍ବଦଳୀୟ ବୈଠକ। ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସକାଳ ସାଢେ ୧୦ଟାରେ ବୈଠକ ବସିବ। ବୈଠକରେ ଯୋଗଦେବା ପୂର୍ବରୁ ଉଭୟ ଶାସକ ବିଜେପି, ବିରୋଧୀ ବିଜେଡି ଓ କଂଗ୍ରେସ ବିଧାୟକଙ୍କ ବୈଠକ ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି ।
ବିଧାନସଭାକୁ ସୁରୁଖୁରୁରେ ଚଳାଇବା ପାଇଁ ବାଚସ୍ପତି ସର୍ବଦଳୀୟ ବୈଠକରେ ସବୁ ଦଳର ସହଯୋଗ ଲୋଡ଼ିବେ। ନଭେମ୍ବର ୨୬ରୁ ଆରମ୍ଭ ହୋଇ ଡିସେମ୍ବର ୩୧ ଯାଏଁ ବିଧାନସଭା ଅଧିବେଶନ ଚାଲିବା ପାଇଁ କାର୍ଯ୍ୟସୂଚୀ ସ୍ଥିର ହୋଇଛି। ଅଧିବେଶନରେ ମୋଟ ୩୦ଟି କାର୍ଯ୍ୟ ଦିବସ ରହିଛି। ବିଧାନସଭା ପରିଚାଳନା ନେଇ ସବୁ ଦଳ ବାଚସ୍ପତିଙ୍କୁ ନିଜର ମତାମତ ଦେବେ। ବୈଠକରେ ଯୋଗଦେବା ପୂର୍ବରୁ ଉଭୟ ଶାସକ ବିଜେପି, ବିରୋଧୀ ବିଜେଡି ଓ କଂଗ୍ରେସ ବିଧାୟକଙ୍କ ବୈଠକ ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି।