ବାତ୍ୟା ‘ଦାନା’: ଆଜି କ୍ଷୟକ୍ଷତି ଅନୁଧ୍ୟାନ କରିବେ କେନ୍ଦ୍ରୀୟ ଟିମ୍

ଓଏଲ୍ ବ୍ୟୁରୋ: ବାତ୍ୟା ‘ଦାନା’ ଓ ପରବର୍ତ୍ତୀ ବନ୍ୟା ଯୋଗୁଁ ଉପକୂଳ ସମେତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। କ୍ଷୟକ୍ଷତିର ଆକଳନ ମଧ୍ୟ ରାଜ୍ୟ ସରକାରଙ୍କ ପକ୍ଷରୁ ହୋଇସାରିଛି। ବାତ୍ୟା ଦାନା କ୍ଷତି ଆକଳନ ପାଇଁ କେନ୍ଦ୍ରୀୟ ଟିମ୍ ଓଡ଼ିଶା ଆସିଛନ୍ତି। ଗତକାଲି ଭୁବନେଶ୍ବରରେ ପହଞ୍ଚିଛନ୍ତି ୭ ଜଣିଆ କେନ୍ଦ୍ରୀୟ ଟିମ।
ଆଜି ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି କ୍ଷୟକ୍ଷତି ଅନୁଧ୍ୟାନ କରିବେ। ଭଦ୍ରକ, କେନ୍ଦ୍ରାପଡା, ବାଲେଶ୍ବର ବୁଲି କ୍ଷୟକ୍ଷତି ଅନୁଧ୍ୟାନ କରିବେ। ଗୃହ ମନ୍ତ୍ରାଳୟ ଯୁଗ୍ମ ସଚିବ ପି.କେ ରାୟଙ୍କ ନେତୃତ୍ବରେ ୭ ଜଣିଆ ଟିମ୍ କ୍ଷତିଗ୍ରସ୍ତ ଜିଲ୍ଲା ଗସ୍ତ କରିବେ।