Odisha Link
Bridging the Missing Links in Odisha

ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ଆସନ୍ତାକାଲି ନୌସେନା ଦିବସ କାର୍ଯ୍ୟକ୍ରମରେ ହେବେ ସାମିଲ

ଓଏଲ୍‌ ବ୍ୟୁରୋ: ଓଡ଼ିଶା ଆସିବେ ମହାମହିମ ରାଷ୍ଟ୍ରପତି। ଆଜି ସନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଆସିବେ। ନୂଆଦିଲ୍ଲୀରୁ ଏକ ସ୍ବତନ୍ତ୍ର ବିମାନ ଯୋଗେ ଆସି ଅପରାହ୍ନ ୫ଟାରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଅବତରଣ କରିବେ। ୩ରୁ ୭ ତାରିଖ ଯାଏ ସେ ଓଡ଼ିଶା ଗସ୍ତରେ ରହିବେ। ୪ ତାରିଖ ଦିନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନେଭି ଡେ କାର୍ଯ୍ୟକ୍ରମରେ ଯୋଗ ଦେବେ।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ପୂର୍ବରୁ କଡାକଡି ହୋଇଛି ସୁରକ୍ଷା ବ୍ୟବସ୍ଥା। ବିମାନବନ୍ଦରରୁ ରାଜଭବନ ପର୍ଯ୍ୟନ୍ତ ରାଷ୍ଟ୍ରପତିଙ୍କ କାରକେଡ ରିହର୍ଲସଲ କରାଯାଇଛି। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ବ୍ଲୁ ବୁକ୍ ଅନୁସାରେ ସମ୍ପୂର୍ଣ୍ଣ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥାରେ ୩ ଜଣ ଡିସିପି ରାଙ୍କର ଅଫିସର, ୧୫ ଜଣ ଆଡିସ୍ନାଲ ରାଙ୍କର ଅଫିସର, ୪୫ ଏସିପି ରାଙ୍କର ଅଫିସର, ୨୦୦ ଜଣ ଇନ୍ସପେକ୍ଟର ଓ ସବ୍ ଇନ୍ସପେକ୍ଟର ରାଙ୍କର ଅଫିସର ଦାୟିତ୍ୱରେ ରହିବେ। ଟ୍ରାଫିକର ସୁପରିଚାଳନା ପାଇଁ ୪୦ ପ୍ଲାଟୁନରୁ ଅଧିକ ଫୋର୍ସ ମୁତୟନ ହେବେ ବୋଲି ଭୁବନେଶ୍ବର ଡିସିପି ପିନାକ ମିଶ୍ର କହିଛନ୍ତି।