Odisha Link
Bridging the Missing Links in Odisha

ଭୁବନେଶ୍ୱରରେ ମହାମହିମ ରାଷ୍ଟ୍ରପତି, ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଓଏଲ୍‌ ବ୍ୟୁରୋ: ଆଜି ମହାମହିମଙ୍କ ଓଡ଼ିଶା ଗସ୍ତର ତୃତୀୟ ଦିନ। ଓଡ଼ିଶା ଗସ୍ତର ତୃତୀୟ ଦିନରେ ରାଜଧାନୀ ଭୁବନେଶ୍ୱରରେ ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମରେ ମହାମହିମ ଯୋଗଦେବେ। ଏଥିପାଇଁ ପୁରୀରୁ ବାୟୁସେନାର ସ୍ବତନ୍ତ୍ର ହେଲିକପ୍ଟରରେ ଆସି ଭୁବନେଶ୍ୱରରେ ପହଞ୍ଚିଲେ ମହାମହିମ ରାଷ୍ଟ୍ରପତି। ଆଜି ଓଡ଼ିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟ ବା ଓୟୁଏଟିର ୪୦ ତମ ସମାବର୍ତ୍ତନ ଉତ୍ସବ। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସାମିଲ ହେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏଥିପାଇଁ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ତା କରାଯାଇଛି ।

ସୂଚନା ଅନୁସାରେ, ଗତକାଲି ସକାଳେ ପୁରୀ ଗସ୍ତ କରିଥିଲେ ରାଷ୍ଟ୍ରପତି। ଗର୍ଭଗୃହରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ସାମିଲ ହୋଇଥିଲେ। ଏହା ପରେ ଅପରାହ୍ଣରେ ପୁରୀ ବ୍ଲୁ ଫ୍ଲାଗ ବିଚ୍‌ରେ ଆୟୋଜିତ ନୌସେନା ଦିବସରେ ସାମିଲ ହୋଇ ନୌ-ବୀରଙ୍କ ପରାକ୍ରମ ଦେଖିଥିଲେ ମହାମହିମ। ପୁରୀ ରାଜଭବନରେ ରାତ୍ରୀଯାପନ କରିବା ପରେ ଆଜି ସେ ଭୁବନେଶ୍ୱର ପ୍ରତ୍ୟାବର୍ତନ କରିଛନ୍ତି।