Odisha Link
Bridging the Missing Links in Odisha

ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଷ୍ଟ୍ରପତି

ଓଏଲ୍‌ ବ୍ୟୁରୋ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ଆଜି ଚତୁର୍ଥ। ଜନ୍ମମାଟି ମୟୁରଭଞ୍ଜକୁ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ ମହାମହିମ। ଏହା ପୂର୍ବରୁ ରାଜଭବନରୁ ବାହାରି ଡକ୍ଟର ବି.ଆର୍.ଆମ୍ବେଦକରଙ୍କ ମହାପ୍ରୟାଣ ଦିବସ ଅବସରରେ ଭୁବନେଶ୍ୱର ଏଜି ଛକ ଠାରେ ଭୀମରାଓ ରାମଜୀ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଭୁବନେଶ୍ୱର ଏଜି ଛକରେ ଭୀମରାଓ ରାମଜୀ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।