Odisha Link
Bridging the Missing Links in Odisha

ମୟୂରଭଞ୍ଜରେ ମହାମହିମ, ୩ଟି ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ

ଓଏଲ୍‌ ବ୍ୟୁରୋ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ୫ ଦିନିଆ ଓଡ଼ିଶା ଗସ୍ତର ଆଜି ଶେଷ ଦିନ। ଶେଷ ଦିନରେ ବିଭିନ୍ନ କାର୍ଯ୍ୟକ୍ରମ ରହିଥିବାବେଳେ ରାଇରଙ୍ଗପୁରରେ ବିଭିନ୍ନ ରେଳ ପ୍ରକଳ୍ପର ଶିଳାନ୍ନ୍ୟାସ କରିଛନ୍ତି ରାଷ୍ଟ୍ରପତି। ବାଙ୍ଗରିପୋଷୀ-ଗୋରୁମହିଷାଣି, ବୁଢାମରା- ଚାକୁଳିଆ, ବାଦାମପାହାଡ-କେନ୍ଦୁଝର ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହାସହ ଭର୍ଚ୍ଚୁଆଲ ମୋଡରେ ରାଇରଙ୍ଗପୁରରେ ଆଦିବାସୀ ରିସର୍ଚ୍ଚ ସେଣ୍ଟର, ରାଇରଙ୍ଗପୁର ଦାଣ୍ଡବୋଷ ବିମାନବନ୍ଦର ଉନ୍ନତୀକରଣ ଓ ରାଇରଙ୍ଗପୁର ଉପଖଣ୍ଡସ୍ତରୀୟ ଡାକ୍ତରଖାନାରେ ଏକ ନୂତନ କୋଠା ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ରହିଛି। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ, ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ସାମିଲ ହୋଇଛନ୍ତି।