Odisha Link
Bridging the Missing Links in Odisha

୧୨୫ ଏସଏଚଜି ଗ୍ରୁପକୁ କାରଣ ଦର୍ଶାଅ ନୋଟିସ୍

ଓଏଲ୍‌ ବ୍ୟୁରୋ: ବିଧାନସଭାରେ ଉଠିଲା ଛତୁଆ ପ୍ରସଙ୍ଗ। ନିମ୍ମମାନର ଛତୁଆ ପ୍ରସଙ୍ଗ ନେଇ ବିରୋଧୀ ସରକାରଙ୍କୁ ଗୃହରେ ଘେରିଛନ୍ତି। ଛତୁଆ ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ବିଧାୟକ କଳିକେଶ ନାରାୟଣ ସିଂ ଦେଓ ପ୍ରଶ୍ନ କରିଛନ୍ତି। ଆଉ ଏହାର ଉତ୍ତରରେ ପ୍ରଭାତୀ ପରିଡ଼ା କହିଛନ୍ତି, ନିମ୍ନମାନର ଛତୁଆ ଏସଏଚଜି ଗ୍ରୁପ ଯୋଗାଣ କରୁଛନ୍ତି।

ସେ ଆହୁରି କହିଛନ୍ତି, ୧୨୫ଟି ଏସଏଚଜି ଗ୍ରୁପ ବିରୋଧରେ ଏଭଳି ଅଭିଯୋଗ ଆସିଛି। ଏନେଇ ୬୩ ଏସଡିପିଓଙ୍କ ସମେତ ସୁପରଭାଇଜରଙ୍କୁ କାରଣ ଦର୍ଶାଅ ନୋଟିସ ମହିଳା ଶିଶୁ ବିକାଶ ବିଭାଗ ପକ୍ଷରୁ ଜାରି କରାଯାଇଛି। ଭୁବନେଶ୍ଵର ଷ୍ଟେଟ ଫୁଡ୍ ଟେଷ୍ଟିଂ ଲାବରୋଟେରୀରେ ଛତୁଆ ନମୁନା ପରୀକ୍ଷା ହୋଇଥିଲା ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ।