Odisha Link
Bridging the Missing Links in Odisha

ବଡ଼ ଖବର: ୧୬ରେ ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ପ୍ରକୋଷ୍ଠ

ଓଏଲ୍‌ ବ୍ୟୁରୋ: ପୁଣି ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠ। ଡିସେମ୍ବର ମାସରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ ବୋଲି ପୂର୍ବରୁ ସୂଚନା ଦିଆଯାଇଥିବାବେଳେ ଆଗାମୀ ୧୬ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠ ଖୋଲା ରହିବ ବୋଲି ସୂଚନା ରହିଛି। ବିଧାନସଭା ଚାଲୁଥିବାରୁ ସୋମବାର ଗୁଡ଼ିକରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରଖାଯାଇଥିଲା। ତେବେ ବିଧାନସଭା ଶୀତ ଅଧିବେଶନ ଅନିର୍ଦ୍ଧିଷ୍ଟ ସମୟ ପର୍ଯ୍ୟନ୍ତ ବାତିଲ ହେବା ପରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ହେବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି।

Leave A Reply

Your email address will not be published.