Odisha Link
Bridging the Missing Links in Odisha

ଧାନ ସଂଗ୍ରହ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଚାଷୀଙ୍କ ଅଭିଯୋଗ ନେଇ କହିଲେ..

ଓଏଲ୍‌ ବ୍ୟୁରୋ: ବରଗଡ ସୋହେଲାରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇ ଚାଷୀଙ୍କୁ ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କେନ୍ଦ୍ର ସରକାରଙ୍କ ୨୩୦୦ ଏମଏସପି ସହ ୮୦୦ଟଙ୍କାର ଇନପୁଟ୍‌ ସହାୟତା ରାଶି ଯୋଗାଇ ଦେଇଛନ୍ତି ରାଜ୍ୟ ସରକାର। ହେଲେ ଧାନ ବିକ୍ରି ହେଉଥିବା ମଣ୍ଡିରେ ଅବ୍ୟବସ୍ଥା ହେଉଥିବା ଅଭିଯୋଗ ହୋଇଛି। ଏହା ପରେ ମୁଖ୍ୟମନ୍ତ୍ରୀ ଧାନ ସଂଗ୍ରହ ପ୍ରକ୍ରିୟାର ସମୀକ୍ଷା କରିଛନ୍ତି।

ଧାନ ସଂଗ୍ରହ ପ୍ରକ୍ରିୟାରେ ରାଜ୍ୟର ୧୭ ଲକ୍ଷରୁ ଅଧିକ ଚାଷୀ ଲାଭବାନ ହେବେ। ଧାନ ସଂଗ୍ରହ ପ୍ରକ୍ରିୟାର ସମୀକ୍ଷା କରିବା ସହ ତ୍ବରାନ୍ବିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଚାଷୀଙ୍କ ଅଭିଯୋଗକୁ ତୁରନ୍ତ ସମାଧାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମଣ୍ଡିରେ ଚାଷୀଙ୍କ ପାଇଁ ଖାଦ୍ୟ, ପାଣି, ଟଏଲେଟ୍‌ ବ୍ୟବସ୍ଥା କରିବାକୁ ପରାମର୍ଶ ଦିଆଯାଇଛି। ଦଲାଲମାନଙ୍କ ଉପରେ ତୀକ୍ଷ୍ଣ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।

Leave A Reply

Your email address will not be published.