ନିଯୁକ୍ତି ମେଳା: ୩୭୬ ଜଣ ନବନିଯୁକ୍ତ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ
ଓଏଲ୍ ବ୍ୟୁରୋ: ସୁଦୃଢ଼ ହେବ ସ୍ବାସ୍ଥ୍ୟ ଓ ଉଚ୍ଚ ଶିକ୍ଷା ବିଭାଗ। ୩୭୬ ଜଣ ନବନିଯୁକ୍ତ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଲୋକସେବା ଭବନରେ ଆୟୋଜିତ ନିଯୁକ୍ତି ମେଳା କାର୍ଯ୍ୟକ୍ରମରେ ୮୫ ହୋମିଓପାଥିକ ମେଡିକାଲ ଅଫିସର, ୨୩୯ ରେଡିଓଗ୍ରାଫରଙ୍କୁ ନିଯୁକ୍ତିପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସ୍ବାସ୍ଥ୍ୟ ଓ ଉଚ୍ଚ ଶିକ୍ଷା ବିଭାଗର ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଥିବାବେଳେ ୫୨ ଜଣ ଉଚ୍ଚଶିକ୍ଷା ବିଭାଗ ଅଧ୍ୟାପକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସାମିଲ ଅଛନ୍ତି।