Odisha Link
Bridging the Missing Links in Odisha

ଆଜିଠୁ ରତ୍ନଭଣ୍ଡାର ମରାମତି, ବାହାର କାଠ ନିକଟରୁ ଜଗା ଦର୍ଶନ କରିବେ ଭକ୍ତ

ଓଏଲ୍‌ ବ୍ୟୁରୋ: ଆଜିଠୁ ବହୁ ପ୍ରତୀକ୍ଷିତ ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହେବ। ପ୍ରଥମେ ଭିତର ଓ ପରେ ହେବ ବାହାର ଭଣ୍ଡାର ମରାମତି କାମ। ପ୍ରଥମେ ଭାରା ବନ୍ଧା ହୋଇ ସଂପୂର୍ଣ୍ଣ କାନ୍ଥର ପ୍ଲାଷ୍ଟର ଛଡ଼ାଯିବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ବଡ଼କଥା ହେଉଛି ମରାମତି କାମ ପାଇଁ ରତ୍ନଭଣ୍ଡାରକୁ ପ୍ରବେଶ କରିବାକୁ ଥିବା ସମସ୍ତେ ସେବାୟତଙ୍କ ଭଳି ପାରମ୍ପରିକ ପୋଷାକ ପରିଧାନ କରିବେ।

ମିଳିଥିବା ସୂଚନା ଅନୁସାରେ, ପ୍ରଥମେ ଭିତର ଭଣ୍ଡାର ମରାମତି ହେବ। ଏଥିପାଇଁ ପ୍ରଥମେ ଭାରାବନ୍ଧା କାମ ହେବ, ଏହାପରେ ସଂପୂର୍ଣ୍ଣ କାନ୍ଥର ପ୍ଲାଷ୍ଟର ଛଡ଼ାଯିବ। ଏହାପରେ ଯେଉଁ ଯେଉଁ ସ୍ଥାନରେ ଫାଟ ଅଛି ତାର ମରାମତି ହେବ। ପଥର ପ୍ରଭାବିତ ହୋଇଥିଲେ, ରିପ୍ଲେସ୍ କରାଯିବ। ସେହିପରି ଚଟାଣର ଅନେକ ସ୍ଥାନରେ ମୂଷା ଗାତ ଥିବାରୁ, ସଂପୂର୍ଣ୍ଣ ଚଟାଣର ମଧ୍ୟ ଡିପ୍ଲାଷ୍ଟରିଂ କରାଯାଇ ମରାମତି କରାଯିବ। ଯେଭଳି ଆଗାମୀ ଶହେ ବର୍ଷ ପାଇଁ କୌଣସି ସମସ୍ୟା ନରହିବ ତାକୁ ଦୃଷ୍ଟିରେ ରଖି ମରାମତି କାର୍ଯ୍ୟ କରାଯିବ ବୋଲି ଆଇନମନ୍ତ୍ରୀ କହିଛନ୍ତି।