Odisha Link
Bridging the Missing Links in Odisha

ରୋଜଗାର ମେଳା: ୭୧ ହଜାର ନବନିଯୁକ୍ତ କର୍ମଚାରୀଙ୍କୁ ମିଳିଲା ନିଯୁକ୍ତିପତ୍ର

ଓଏଲ୍‌ ବ୍ୟୁରୋ: ଦେଶର ବିଭିନ୍ନ ସ୍ଥାନରେ ରୋଜଗାର ମେଳା ଆୟୋଜିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ୭୧ ହଜାରରୁ ଅଧିକ ମନୋନୀତ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ଦେଶର ୪୫ଟି ସ୍ଥାନରେ ଅନୁଷ୍ଠିତ ନିଯୁକ୍ତି ମେଳାରେ ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଗଦେଇ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ନିଯୁକ୍ତି ପତ୍ର ପାଇଥିବା ମନୋନୀତ ପ୍ରାର୍ଥୀ କେନ୍ଦ୍ର ସରକାରଙ୍କ ଗୃହ ମନ୍ତ୍ରାଳୟ, ଡାକ ବିଭାଗ, ଉଚ୍ଚ ଶିକ୍ଷା ବିଭାଗ, ସ୍ଵାସ୍ଥ୍ୟ ବିଭାଗ, ଅର୍ଥ ବିଭାଗ ସହ ଅନ୍ୟାନ୍ୟ ବିଭାଗ ଲାଗି କାମ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଉଦବୋଧନ ଦେଇ ସଫଳତା ଭବିଷ୍ୟତ କାମନା କରିଛନ୍ତି।