Odisha Link
Bridging the Missing Links in Odisha

ଭିଜିଲାନ୍ସ ପଞ୍ଝାରେ ଏଆର୍‌ଆଇ

ଓଏଲ୍‌ ବ୍ୟୁରୋ: ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ। ଭିଜିଲାନ୍ସ ପଞ୍ଝାରେ ବୋରିଗୁମ୍ମା ତହସିଲର ଏଆର୍‌ଆଇ। କୋରାପୁଟ ଜିଲ୍ଲା ବୋରିଗୁମ୍ମା ତହସିଲର ଏଆର୍‌ଆଇ ସୁରେନ୍ଦ୍ର କୁମାର ତନ୍ତିଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ। ଏକାସଙ୍ଗେ ୮ଟି ସ୍ଥାନରେ ଚାଲଛି ଚଢ଼ାଉ।

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୋରିଗୁମ୍ମା ତହସିଲ ଏଆର୍‌ଆଇ ସୁରେନ୍ଦ୍ର କୁମାର ତନ୍ତିଙ୍କ ଘରେ ସକାଳୁ ସକାଳୁ ଭିଜିଲାନ୍ସ ପକ୍ଷରୁ ଚାଲିଛି ଚଢ଼ାଉ। ଏକାସାଙ୍ଗ ଭିଜିଲାନ୍ସ ଟିମ୍‌ ୮ଟି ଠିକଣାରେ କରୁଛି ଚଢାଉ। ତେବେ ଚଢାଉ ହେଉଥିବା ସ୍ଥାନ ମଧ୍ୟରେ ବାସଭବନ, ଅଫିସ, ଦୁଇ ମହଲା ବିଶିଷ୍ଟ ମାର୍କେଟ କମ୍ପ୍ଲେକ୍ସ, ସଂପର୍କୀୟଙ୍କ ଘର ରହିଛି। ବର୍ତ୍ତମାନ ଯାଏଁ ଏହି ଚଢାଉରେ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି। ସେନେଇ ସ୍ପଷ୍ଟ ସୂଚନା ମିଳିନାହିଁ।

ଏହି ଚଢ଼ାଉରେ ୩ ଜଣ ଡିଏସ୍‌ପି, ୭ଜଣ ଇନ୍ସପେକ୍ଟର ଓ ୫ ଜଣ ଏଏସ୍‌ଆଇ ସାମିଲ ଅଛନ୍ତି।